Coronavirus: 24 ଘଣ୍ଟାରେ ସାମ୍ନାକୁ ଆସିଲା 43 ହଜାରରୁ ଅଧିକ ନୂଆ କେସ, 930 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପ୍ରାୟ କିଛି ଦିନ ହେବ କରୋନା ସଂକ୍ରମିତଙ୍କ ସଂଖ୍ୟା ଲଗାତାର କମିବାକୁ ଲାଗିଅଛି । କିନ୍ତୁ ଆଜି କରୋନା ମାମଲା ପୁଣି ଥରେ ବଢିବା ଦେଖାଯାଉଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 43 ହଜାର 733 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 930 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 47 ହଜାର 240 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 3 କୋଟି 06 ଲକ୍ଷ 63 ହଜାର 665କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 4 ଲକ୍ଷ 04 ହଜାର 211 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 2 କୋଟି 97 ଲକ୍ଷ 99 ହଜାର 534 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା ବଢିକରି 4 ଲକ୍ଷ 59 ହଜାର 920 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 6 ଜୁଲାଇ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 42 କୋଟି 33 ଲକ୍ଷ 32 ହଜାର 97 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 19 ଲକ୍ଷ 7 ହଜାର 216 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ