ରାଜ୍ୟରେ ଚିହ୍ନଟ ହେଲେ 2542 କରୋନା ପଜିଟିଭ, ମୋଟ ପଜିଟିଭ ସଂଖ୍ୟା 932330

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଅଛି । ଏହା କେବେ ତିନି ହଜାର ତଳକୁ ରହୁଅଛି, ଅର୍ଥାତ ଏହା ଏବେ ମଧ୍ୟ ସଂକଟରେ ରହିଅଛି । ରାଜ୍ୟରେ 24 ଘଣ୍ଟାରେ 2 ହଜାର 542 କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 932330କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 2542 ଜଣଙ୍କ ମଧ୍ୟରୁ 1458 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 1084 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଏବେ ରାଜ୍ୟରେ ମୋଟ 932330 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 27580ଟି ଆକ୍ଟିଭ କେସ୍ ରହିଅଛି ଏବଂ 900282 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ