Coronavirus: 24 ଘଣ୍ଟାରେ ସାମ୍ନାକୁ ଆସିଲା 45 ହଜାରରୁ ଅଧିକ ନୂଆ କେସ, 817 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପ୍ରାୟ କିଛି ଦିନ ହେବ କରୋନା ସଂକ୍ରମିତଙ୍କ ସଂଖ୍ୟା ଲଗାତାର କମିବାକୁ ଲାଗିଅଛି । କିନ୍ତୁ ଆଜି ମଧ୍ୟ କରୋନା ମାମଲା 45 ହଜାର ଉପରକୁ ରହିଅଛି, ଅର୍ଥାତ ଏବେ ମଧ୍ୟ ସଙ୍କଟ ଟଳିନାହିଁ । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 45 ହଜାର 892 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 817 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 44 ହଜାର 291 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 3 କୋଟି 07 ଲକ୍ଷ 09 ହଜାର 557କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 4 ଲକ୍ଷ 05 ହଜାର 028 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 2 କୋଟି 98 ଲକ୍ଷ 43 ହଜାର 825 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା ବଢିକରି 4 ଲକ୍ଷ 60 ହଜାର 704 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 7 ଜୁଲାଇ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 42 କୋଟି 52 ଲକ୍ଷ 25 ହଜାର 897 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 18 ଲକ୍ଷ 93 ହଜାର 800 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ