Coronavirus: ଦେଶରେ 24 ଘଣ୍ଟାରେ ସମ୍ନାକୁ ଆସିଲା 41 ହଜାର 506 ନୂଆ ମାମଲା, 895 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ଜୀବନ ନେଉଥିବା କରୋନା ଭାଇରସ ଏବେ କମିବାକୁ ଲାଗିଅଛି । କିନ୍ତୁ ଏବେ ମଧ୍ୟ ଏହା ଚାଳିଶ ହଜାର ଉପରେ ରହୁଅଛି, ଅର୍ଥାତ ଏବେ ମଧ୍ୟ ସଙ୍କଟ ଟଳିନାହିଁ । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 41 ହଜାର 506 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 895 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 41 ହଜାର 526 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 3 କୋଟି 08 ଲକ୍ଷ 37 ହଜାର 222କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 4 ଲକ୍ଷ 08 ହଜାର 040 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 2 କୋଟି 99 ଲକ୍ଷ 75 ହଜାର 064 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା ବଢିକରି 4 ଲକ୍ଷ 54 ହଜାର 118 ହୋଇଯାଇଛି,ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 10 ଜୁଲାଇ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 43 କୋଟି 08 ଲକ୍ଷ 85 ହଜାର 470 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 18 ଲକ୍ଷ 43 ହଜାର 500 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ