Coronavirus: ଦେଶରେ 24 ଘଣ୍ଟାରେ ସାମ୍ନାକୁ ଆସିଲା 38 ହଜାର କରୋନା କେସ, 560 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପ୍ରତିଦିନ ଆସୁଥିବା ନୂଆ କରୋନା ମାମଲା ସଂଖ୍ୟା କମିବାରେ ଲାଗିଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 38 ହଜାର 79 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 560 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 43 ହଜାର 916 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 3 କୋଟି 10 ଲକ୍ଷ 64 ହଜାର 908କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 4 ଲକ୍ଷ 13 ହଜାର 91 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 3 କୋଟି 2 ଲକ୍ଷ 27 ହଜାର 792 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା ବଢିକରି 4 ଲକ୍ଷ 24 ହଜାର 25 ହୋଇଯାଇଛି,ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 16 ଜୁଲାଇ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 44 କୋଟି 20 ଲକ୍ଷ 21 ହଜାର 954 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 19 ଲକ୍ଷ 98 ହଜାର 715 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ