Coronavirus: ଦେଶରେ 24 ଘଣ୍ଟାରେ ସାମ୍ନାକୁ ଆସିଲା 41 ହଜାର କରୋନା କେସ, 518 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ଦୁଇଦିନ କରୋନା ମାମଲା ସଂଖ୍ୟା କମିବା ପରେ ଆଜି ପୁଣି 40 ହଜାର ଉପରକୁ ଯାଇଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 41 ହଜାର 157 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 518 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 42 ହଜାର 004 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 3 କୋଟି 11 ଲକ୍ଷ 6 ହଜାର 65କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 4 ଲକ୍ଷ 13 ହଜାର 609 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 3 କୋଟି 2 ଲକ୍ଷ 69 ହଜାର 796 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା ବଢିକରି 4 ଲକ୍ଷ 22 ହଜାର 660 ହୋଇଯାଇଛି,ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 17 ଜୁଲାଇ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 44 କୋଟି 39 ଲକ୍ଷ 58 ହଜାର 663 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 19 ଲକ୍ଷ 36 ହଜାର 709 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ