ରାଜ୍ୟରେ କମୁଛି ପଜିଟିଭ ସଂଖ୍ୟା, 24 ଘଣ୍ଟାରେ ଚିହ୍ନଟ ହେଲେ 1 ହଜାର 437 କରୋନା ପଜିଟିଭ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ସଂଖ୍ୟାର କଥା କହିବା ତ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଅଛି । ଏହି ସଂଖ୍ୟା କିଛି ଦିନ ହେବ ପ୍ରାୟତଃ ଦୁଇ ହଜାର ତଳକୁ ରହୁଅଛି ଏବଂ ଆଜି ଏହା ପନ୍ଦର ଶହ ତଳକୁ ଖସି ଅଛି । ରାଜ୍ୟରେ 24 ଘଣ୍ଟାରେ 1 ହଜାର 437 କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 9 ଲକ୍ଷ 78 ହଜାର 705କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 1437 ଜଣଙ୍କ ମଧ୍ୟରୁ 832 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 605 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଏବେ ରାଜ୍ୟରେ ମୋଟ 978705 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 15858ଟି ଆକ୍ଟିଭ କେସ୍ ରହିଅଛି ଏବଂ 956828 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ