Coronavirus: ଦେଶରେ ପୂର୍ବ 24 ଘଣ୍ଟାରେ ସାମ୍ନାକୁ ଆସିଲା 41 ହଜାର 831 ନୂଆ କେସ, 541 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ଜୀବନ ନେଉଥିବା କରୋନା ଭାଇରସର ଦ୍ୱିତୀୟ ଲହର ଜାରି ରହିଛି । କରୋନା ସଂକ୍ରମିତଙ୍କ ସଂଖ୍ୟା ପୂର୍ବ ଅପେକ୍ଷା ଏବେ ବହୁତ କମ ରହିଥିଲେ ହେଁ ଆଜି ମଧ୍ୟ 40 ହଜାର ଉପରେ ଏହି କେସ ରହୁଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 41 ହଜାର 831 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 541 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 39 ହଜାର 258 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 3 କୋଟି 16 ଲକ୍ଷ 55 ହଜାର 824କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 4 ଲକ୍ଷ 24 ହଜାର 351 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 3 କୋଟି 8 ଲକ୍ଷ 20 ହଜାର 521 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା ବଢିକରି 4 ଲକ୍ଷ 10 ହଜାର 952 ହୋଇଯାଇଛି,ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 31 ଜୁଲାଇ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 46 କୋଟି 82 ଲକ୍ଷ 16 ହଜାର 510 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 17 ଲକ୍ଷ 89 ହଜାର 472 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ