Coronavirus: ଦେଶରେ ପୂର୍ବ 24 ଘଣ୍ଟାରେ ସାମ୍ନାକୁ ଆସିଲା 40 ହଜାରରୁ ଅଧିକ ନୂଆ କେସ, 422 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ଜୀବନ ନେଉଥିବା କରୋନା ଭାଇରସର ଦ୍ୱିତୀୟ ଲହର ଏବେ ମଧ୍ୟ ଜାରି ରହିଛି । କରୋନା ସଂକ୍ରମିତଙ୍କ ସଂଖ୍ୟା ପୂର୍ବ ଅପେକ୍ଷା ଏବେ ବହୁତ କମ ରହିଥିଲେ ହେଁ ଏହା ଲଗାତାର ପୂର୍ବ ଛଅ ଦିନ ହେବ 40 ହଜାର ଉପରେ ଏହି କେସ ସାମ୍ନାକୁ ଆସୁଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 40 ହଜାର 134 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 422 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 36 ହଜାର 946 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 3 କୋଟି 16 ଲକ୍ଷ 95 ହଜାର 958କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 4 ଲକ୍ଷ 24 ହଜାର 773 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 3 କୋଟି 8 ଲକ୍ଷ 57 ହଜାର 467 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା ବଢିକରି 4 ଲକ୍ଷ 13 ହଜାର 718 ହୋଇଯାଇଛି,ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 1 ଅଗଷ୍ଟ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 46 କୋଟି 96 ଲକ୍ଷ 45 ହଜାର 494 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 14 ଲକ୍ଷ 28 ହଜାର 984 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ