Coronavirus: କରୋନାର ପ୍ରକୋପ ଜାରି, ପୂର୍ବ 24 ଘଣ୍ଟାରେ ସାମ୍ନାକୁ ଆସିଲା 42 ହଜାରରୁ ଅଧିକ ନୂଆ କେସ, 533 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ଜୀବନ ନେଉଥିବା କରୋନା ଭାଇରସର ଦ୍ୱିତୀୟ ଲହର ଏବେ ମଧ୍ୟ ଜାରି ରହିଛି । ଏହା ବୁଧବାର ତୁଳନାରେ ଆଜି ବୃଦ୍ଧି ହୋଇଅଛି । କରୋନା ସଂକ୍ରମିତଙ୍କ ସଂଖ୍ୟା ପୂର୍ବ ଅପେକ୍ଷା ଏବେ ବହୁତ କମ ରହିଥିଲେ ହେଁ ଏହା ଆଜି ମଧ୍ୟ 40 ହଜାର ଉପରେ ଏହି କେସ ସାମ୍ନାକୁ ଆସୁଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 42 ହଜାର 982 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 533 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 41 ହଜାର 726 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 3 କୋଟି 18 ଲକ୍ଷ 12 ହଜାର 114କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 4 ଲକ୍ଷ 26 ହଜାର 290 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 3 କୋଟି 9 ଲକ୍ଷ 74 ହଜାର 748 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା ବଢିକରି 4 ଲକ୍ଷ 11 ହଜାର 76 ହୋଇଯାଇଛି,ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 4 ଅଗଷ୍ଟ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 47 କୋଟି 48 ଲକ୍ଷ 93 ହଜାର 363 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 16 ଲକ୍ଷ 64 ହଜାର 030 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ