ରାଜ୍ୟରେ ଚିହ୍ନଟ ହେଲେ 1193 କରୋନା ପଜିଟିଭ, ମୋଟ ପଜିଟିଭ ସଂଖ୍ୟା 992375

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ସଂଖ୍ୟାର କଥା କହିବା ତ ରାଜ୍ୟରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ଥମିବାରେ ଲାଗିଅଛି । ଆଜି ଏହି ସଂଖ୍ୟା ହଜାରେ ଉପରେ ରହିଅଛି । ରାଜ୍ୟରେ 24 ଘଣ୍ଟାରେ 1 ଶହ 193 କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 9 ଲକ୍ଷ 92 ହଜାର 375କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 1193 ଜଣଙ୍କ ମଧ୍ୟରୁ 695 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 498 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଏବେ ରାଜ୍ୟରେ ମୋଟ 992375 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 10809ଟି ଆକ୍ଟିଭ କେସ୍ ରହିଅଛି ଏବଂ 974756 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ