Coronavirus: ପୂର୍ବ 24 ଘଣ୍ଟାରେ ସାମ୍ନାକୁ ଆସିଲା 36 ହଜାର ନୂଆ କେସ, 493 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ଜୀବନ ନେଉଥିବା କରୋନା ଭାଇରସର ଦ୍ୱିତୀୟ ଲହର ଏବେ ମଧ୍ୟ ଜାରି ରହିଛି । କରୋନା ସଂକ୍ରମିତଙ୍କ ସଂଖ୍ୟା ପୂର୍ବ ଅପେକ୍ଷା ଏବେ ବହୁତ କମ ରହିଥିଲେ ହେଁ ଏହା ଆଜି ମଧ୍ୟ 40 ହଜାର ପାଖାପାଖି ଏହି କେସ ସାମ୍ନାକୁ ଆସିଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 36 ହଜାର 083 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 493 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 37 ହଜାର 927 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 3 କୋଟି 21 ଲକ୍ଷ 92 ହଜାର 576କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 4 ଲକ୍ଷ 31 ହଜାର 225 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 3 କୋଟି 13 ଲକ୍ଷ 76 ହଜାର 015 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା ବଢିକରି 3 ଲକ୍ଷ 85 ହଜାର 336 ହୋଇଯାଇଛି,ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 14 ଅଗଷ୍ଟ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 49 କୋଟି 36 ଲକ୍ଷ 24 ହଜାର 440 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 19 ଲକ୍ଷ 23 ହଜାର 863 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ