ଏହି ଜିଲ୍ଲା ମାନଙ୍କରେ ଦୁଇଦିନ ପ୍ରବଳ ବର୍ଷାର ସମ୍ଭାବନା

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ବର: ଆସନ୍ତା 24 ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଅଛି । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ କରାଯାଇଛି । ତେବେ ସୂଚନା ଅନୁଯାୟୀ, ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ମାଲକାନଗିରି, କୋରାପୁଟ, ଜଗତସିଂହପୁର, ଗଞ୍ଜାମ, ନୟାଗଡ଼, ଖୋର୍ଧା, କଟକ, କନ୍ଧମାଳ, ମୟୂରଭଞ୍ଜ ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲା ରହିଛି । ଏହି ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି ।

ସେହିପରି କେନ୍ଦୁଝର, ରାୟଗଡ଼ା, ଗଜପତି, ବାଲେଶ୍ବର, ନୂଆପଡ଼ା, ନବରଙ୍ଗପୁର, ପୁରୀ, ବୌଦ୍ଧ, ଯାଜପୁର, ଭଦ୍ରକ, ଢ଼େଙ୍କାନାଳ, ଅନୁଗୁଳ ଓ କଳାହାଣ୍ଡି ଆଦି ଜିଲ୍ଲାରେ ବି ପ୍ରବଳ ବର୍ଷାର ସମ୍ଭାବନା ରହିଛି । 18ରୁ 19 ତାରିଖ ମଧ୍ୟରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ସୁବର୍ଣ୍ଣପୁର, ନୂଆପଡ଼ା ଓ ବଲାଙ୍ଗୀର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ବି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

1 ଜୁନରୁ 17 ଅଗଷ୍ଟ ପର୍ଯ୍ୟନ୍ତ 29 ପ୍ରତିଶତ ନିଆଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ପାଖାପାଖି 23 ଜିଲ୍ଲାରେ କମ୍ ବର୍ଷା ହୋଇଥିବା ବେଳେ 7 ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଅଛି ।


ସେୟାର କରନ୍ତୁ