ଏହି ଜିଲ୍ଲା ମାନଙ୍କରେ ପ୍ରବଳ ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ବର: ରାଜ୍ୟରେ ଆସନ୍ତା 24 ଘଣ୍ଟା ମଧ୍ୟରେ ଅନେକ ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବାର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ସୂଚନା ଦିଆଯାଇଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀ ରହିଛି । ଏହି ଜିଲ୍ଲାଗୁଡ଼ିକ ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏହା ସହିତ ସେପ୍ଟେମ୍ବର 5ରୁ 6 ତାରିଖ ମଧ୍ୟରେ ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ବାଲେଶ୍ବର, ଭଦ୍ରକ, ଯାଜପୁର,କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି ।

ସେପ୍ଟେମ୍ବର 6ରୁ 7 ତାରିଖ ମଧ୍ୟରେ ଗଞ୍ଜାମ, କଳାହାଣ୍ଡି, ଗଜପତି, କନ୍ଧମାଳ, କୋରାପୁଟ ଓ ପୁରୀ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ମାଲକାନଗିରି, ରାୟଗଡ଼ା, ଖୋର୍ଧା, କଟକ, ଜଗତସିଂହପୁର, ମୟୂରଭଞ୍ଜ ଓ ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ସେହିପରି ସେପ୍ଟେମ୍ବର 7ରୁ 8 ତାରିଖ ମଧ୍ୟରେ କେନ୍ଦୁଝର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।


ସେୟାର କରନ୍ତୁ