Coronavirus: ଦେଶରେ 209 ଦିନ ପରେ ସବୁଠାରୁ କମ 18 ହଜାର 346 ନୂଆ କରୋନା କେସ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ଜୀବନ ନେଉଥିବା କରୋନା ଭାଇରସ କେବେ ତଳକୁ ତ କେବେ ଉପରକୁ ହେଉଅଛି । ଦେଶରେ ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 18 ହଜାର 346 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହା ହେଉଛି 209 ଦିନରେ ସବୁଠାରୁ କମ । ପୂର୍ବ 24 ଘଣ୍ଟା ମଧ୍ୟରେ 263 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 29 ହଜାର 639 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 3 କୋଟି 38 ଲକ୍ଷ 53 ହଜାର 048କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 4 ଲକ୍ଷ 49 ହଜାର 260 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 3 କୋଟି 31 ଲକ୍ଷ 50 ହଜାର 886 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 2 ଲକ୍ଷ 52 ହଜାର 902 ହୋଇଅଛି,ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି । ଏହି ଆକ୍ଟିଭ ସଂଖ୍ୟା 201 ଦିନରେ ସବୁଠାରୁ କମ ଅଟେ ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 4 ଅକ୍ଟୋବର ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 57 କୋଟି 53 ଲକ୍ଷ 94 ହଜାର 42 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 11 ଲକ୍ଷ 41 ହଜାର 642 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ