ରାଜ୍ୟରେ ନୂଆ ପଜିଟିଭ ସଂଖ୍ୟା ହେଉଛି ତଳ ଉପର, 24 ଘଣ୍ଟାରେ ଚିହ୍ନଟ ହେଲେ 556 ନୂଆ କରୋନା ପଜିଟିଭ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ ନୂଆ କରୋନା ପଜିଟିଭ ସଂଖ୍ୟା କେବେ ତଳକୁ କେବେ ଉପରକୁ ହେଉଅଛି । ରାଜ୍ୟରେ ପୂର୍ବ 24 ଘଣ୍ଟାରେ 5 ଶହ 56 କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ତେବେ ଗତ କାଲି ଏହି ସଂଖ୍ୟା 340 ଦର୍ଜ ହୋଇଥିଲା । ଆଜିର ଏହି ନୂଆ ପଜିଟିଭ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 10 ଲକ୍ଷ 35 ହଜାର 973କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 556 ଜଣଙ୍କ ମଧ୍ୟରୁ 324 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 232 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି । ସେହିପରି ଏହା ଭିତରେ ମଧ୍ୟ 0ରୁ 18 ବର୍ଷ ବୟସର ପିଲା 24 ଘଣ୍ଟାରେ 87 ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏବେ ରାଜ୍ୟରେ ମୋଟ 1035973 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 4846ଟି ଆକ୍ଟିଭ କେସ୍ ରହିଅଛି ଏବଂ 1022780 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ