Coronavirus: ଦେଶରେ 24 ଘଣ୍ଟାରେ ସାମ୍ନାକୁ ଆସିଲା 14 ହଜାର 623 ନୂଆ କରୋନା କେସ, 197 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଭାରତରେ କରୋନା କେସ ଦିନକୁ ଦିନ କମିବାକୁ ଲାଗିଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 14 ହଜାର 623 ନୂଆ କେସ ସାମ୍ନାକୁ ଆସିଅଛି । ତେବେ 24 ଘଣ୍ଟା ମଧ୍ୟରେ 197 କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 19 ହଜାର 446 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 14 ହଜାର 623
ଏପର୍ଯ୍ୟନ୍ତ ମୋଟ ମାମଲା – 3 କୋଟି 41 ଲକ୍ଷ 08 ହଜାର 996

ପୂର୍ବ 24 ଘଣ୍ଟାରେ ଠିକ ହୋଇଥିବା ରୋଗୀ – 19 ହଜାର 446
ଏପର୍ଯ୍ୟନ୍ତ ମୋଟ ଠିକ ହୋଇଥିବା ରୋଗୀ -3 କୋଟି 34 ଲକ୍ଷ 78 ହଜାର 247

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 1 ଶହ 97
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 4 ଲକ୍ଷ 52 ହଜାର 651

ମୋଟ ଆକ୍ଟିଭ କେସ- ଏକ ଲକ୍ଷ 78 ହଜାର 098

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 19 ଅକ୍ଟୋବର ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 59 କୋଟି 44 ଲକ୍ଷ 29 ହଜାର 890 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 13 ଲକ୍ଷ 23 ହଜାର 702 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ