Coronavirus: ଦେଶରେ 24 ଘଣ୍ଟାରେ ସାମ୍ନାକୁ ଆସିଲା 18 ହଜାରରୁ ଅଧିକ ନୂଆ କରୋନା କେସ, 160 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ କରୋନା କେସ ଦିନକୁ ଦିନ କମିବାକୁ ଲାଗି ଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 18 ହଜାର 454 ନୂଆ କେସ ସାମ୍ନାକୁ ଆସିଅଛି । ତେବେ 24 ଘଣ୍ଟା ମଧ୍ୟରେ 160 କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 17 ହଜାର 561 ଲୋକ କରୋନା ଭାଇରସକୁ ହରାଇ ସୁସ୍ଥ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 18 ହଜାର 454
ଏପର୍ଯ୍ୟନ୍ତ ମୋଟ ମାମଲା – 3 କୋଟି 41 ଲକ୍ଷ 27 ହଜାର 450

ପୂର୍ବ 24 ଘଣ୍ଟାରେ ସୁସ୍ଥ ହୋଇଥିବା ରୋଗୀ – 17 ହଜାର 561
ଏପର୍ଯ୍ୟନ୍ତ ମୋଟ ସୁସ୍ଥ ହୋଇଥିବା ରୋଗୀ -3 କୋଟି 34 ଲକ୍ଷ 95 ହଜାର 808

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 1 ଶହ 60
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 4 ଲକ୍ଷ 52 ହଜାର 811

ମୋଟ ଆକ୍ଟିଭ କେସ- ଏକ ଲକ୍ଷ 78 ହଜାର 831

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 20 ଅକ୍ଟୋବର ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 59 କୋଟି 57 ଲକ୍ଷ 42 ହଜାର 218 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 12 ଲକ୍ଷ 47 ହଜାର 506 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ