Coronavirus: ଦେଶରେ 24 ଘଣ୍ଟାରେ ସାମ୍ନାକୁ ଆସିଲା 15 ହଜାରରୁ ଅଧିକ ନୂଆ କରୋନା କେସ, 231 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ କରୋନା କେସ ଦିନକୁ ଦିନ କମିବାକୁ ଲାଗି ଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 15 ହଜାର 786 ନୂଆ କେସ ସାମ୍ନାକୁ ଆସିଅଛି । ତେବେ 24 ଘଣ୍ଟା ମଧ୍ୟରେ 231 କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 18 ହଜାର 641 ଲୋକ କରୋନା ଭାଇରସକୁ ହରାଇ ସୁସ୍ଥ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 15 ହଜାର 786
ଏପର୍ଯ୍ୟନ୍ତ ମୋଟ ମାମଲା – 3 କୋଟି 41 ଲକ୍ଷ 43 ହଜାର 236

ପୂର୍ବ 24 ଘଣ୍ଟାରେ ସୁସ୍ଥ ହୋଇଥିବା ରୋଗୀ – 18 ହଜାର 641
ଏପର୍ଯ୍ୟନ୍ତ ମୋଟ ସୁସ୍ଥ ହୋଇଥିବା ରୋଗୀ -3 କୋଟି 35 ଲକ୍ଷ 14 ହଜାର 449

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 2 ଶହ 31
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 4 ଲକ୍ଷ 53 ହଜାର 42

ମୋଟ ଆକ୍ଟିଭ କେସ- ଏକ ଲକ୍ଷ 75 ହଜାର 745

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 21 ଅକ୍ଟୋବର ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 59 କୋଟି 70 ଲକ୍ଷ 66 ହଜାର 481 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 13 ଲକ୍ଷ 24 ହଜାର 263 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ