Coronavirus: ଦେଶରେ 24 ଘଣ୍ଟାରେ ସାମ୍ନାକୁ ଆସିଲା 12 ହଜାର 428 ନୂଆ କରୋନା କେସ, 356 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ କରୋନା କେସ ଦିନକୁ ଦିନ କମିବାକୁ ଲାଗି ଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 12 ହଜାର 428 ନୂଆ କେସ ସାମ୍ନାକୁ ଆସିଅଛି । ତେବେ 24 ଘଣ୍ଟା ମଧ୍ୟରେ 356 କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 15 ହଜାର 951 ଲୋକ କରୋନା ଭାଇରସକୁ ହରାଇ ସୁସ୍ଥ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 12 ହଜାର 428
ଏପର୍ଯ୍ୟନ୍ତ ମୋଟ ମାମଲା – 3 କୋଟି 42 ଲକ୍ଷ 02 ହଜାର 202

ପୂର୍ବ 24 ଘଣ୍ଟାରେ ସୁସ୍ଥ ହୋଇଥିବା ରୋଗୀ – 15 ହଜାର 951
ଏପର୍ଯ୍ୟନ୍ତ ମୋଟ ସୁସ୍ଥ ହୋଇଥିବା ରୋଗୀ -3 କୋଟି 35 ଲକ୍ଷ 83 ହଜାର 318

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 3 ଶହ 56
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 4 ଲକ୍ଷ 55 ହଜାର 068

ମୋଟ ଆକ୍ଟିଭ କେସ- ଏକ ଲକ୍ଷ 63 ହଜାର 816

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 25 ଅକ୍ଟୋବର ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 60 କୋଟି 19 ଲକ୍ଷ 01 ହଜାର 543 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 11 ଲକ୍ଷ 31 ହଜାର 826 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ