Coronavirus: ଦେଶରେ 24 ଘଣ୍ଟାରେ ଆସିଲା 14 ହଜାର 348 କରୋନା କେସ, 805 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 14 ହଜାର 348 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 805 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 13 ହଜାର 198 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 3 କୋଟି 42 ଲକ୍ଷ 46 ହଜାର 157କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 4 ଲକ୍ଷ 57 ହଜାର 191 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 3 କୋଟି 36 ଲକ୍ଷ 27 ହଜାର 632 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 1 ଲକ୍ଷ 61 ହଜାର 334 ହୋଇଯାଇଛି,ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 28 ଅକ୍ଟୋବର ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 60 କୋଟି 58 ଲକ୍ଷ 85 ହଜାର 769 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 12 ଲକ୍ଷ 84 ହଜାର 552 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ