Coronavirus: ଦେଶରେ 24 ଘଣ୍ଟାରେ ସାମ୍ନାକୁ ଆସିଲା 10 ହଜାରରୁ ଅଧିକ ନୂଆ କରୋନା କେସ, 443 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ କରୋନା କେସ ଲଗାତାର କମିବାରେ ଲାଗି ଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 10 ହଜାର 423 ନୂଆ କେସ ସାମ୍ନାକୁ ଆସିଅଛି । ତେବେ 24 ଘଣ୍ଟା ମଧ୍ୟରେ 443 କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 15 ହଜାର 021 ଲୋକ କରୋନା ଭାଇରସକୁ ହରାଇ ସୁସ୍ଥ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 10 ହଜାର 423
ଏପର୍ଯ୍ୟନ୍ତ ମୋଟ ମାମଲା – 3 କୋଟି 42 ଲକ୍ଷ 96 ହଜାର 237

ପୂର୍ବ 24 ଘଣ୍ଟାରେ ସୁସ୍ଥ ହୋଇଥିବା ରୋଗୀ – 15 ହଜାର 021
ଏପର୍ଯ୍ୟନ୍ତ ମୋଟ ସୁସ୍ଥ ହୋଇଥିବା ରୋଗୀ -3 କୋଟି 36 ଲକ୍ଷ 83 ହଜାର 581

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 4 ଶହ 43
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 4 ଲକ୍ଷ 58 ହଜାର 880

ମୋଟ ଆକ୍ଟିଭ କେସ- ଏକ ଲକ୍ଷ 53 ହଜାର 776

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 1 ନଭେମ୍ବର ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 61 କୋଟି 02 ଲକ୍ଷ 10 ହଜାର 341 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 10 ଲକ୍ଷ 09 ହଜାର 045 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ