Coronavirus: ଦେଶରେ 24 ଘଣ୍ଟାରେ ସାମ୍ନାକୁ ଆସିଲା 10 ହଜାର 853 ନୂଆ କରୋନା କେସ, 526 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ କରୋନା କେସ ଲଗାତାର କମିବାରେ ଲାଗି ଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 10 ହଜାର 853 ନୂଆ କେସ ସାମ୍ନାକୁ ଆସିଅଛି । ତେବେ 24 ଘଣ୍ଟା ମଧ୍ୟରେ 526 କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 12 ହଜାର 432 ଲୋକ କରୋନା ଭାଇରସକୁ ହରାଇ ସୁସ୍ଥ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 10 ହଜାର 853
ଏପର୍ଯ୍ୟନ୍ତ ମୋଟ ମାମଲା – 3 କୋଟି 43 ଲକ୍ଷ 55 ହଜାର 536

ପୂର୍ବ 24 ଘଣ୍ଟାରେ ସୁସ୍ଥ ହୋଇଥିବା ରୋଗୀ – 12 ହଜାର 432
ଏପର୍ଯ୍ୟନ୍ତ ମୋଟ ସୁସ୍ଥ ହୋଇଥିବା ରୋଗୀ -3 କୋଟି 37 ଲକ୍ଷ 49 ହଜାର 900

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 5 ଶହ 26
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 4 ଲକ୍ଷ 60 ହଜାର 791

ମୋଟ ଆକ୍ଟିଭ କେସ- ଏକ ଲକ୍ଷ 44 ହଜାର 845

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 6 ନଭେମ୍ବର ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 61 କୋଟି 48 ଲକ୍ଷ 85 ହଜାର 747 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 9 ଲକ୍ଷ 19 ହଜାର 996 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ