Coronavirus: ଦେଶରେ 24 ଘଣ୍ଟାରେ ସାମ୍ନାକୁ ଆସିଲା 11 ହଜାର 850 ନୂଆ କରୋନା କେସ, 555 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ କରୋନା କେସ ଲଗାତାର କମିବାରେ ଲାଗି ଅଛି । କିନ୍ତୁ ମୃତ୍ୟୁ ସଂଖ୍ୟାରେ ବ୍ରେକ ଲାଗୁନି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 11 ହଜାର 850 ନୂଆ କେସ ସାମ୍ନାକୁ ଆସିଅଛି । ତେବେ 24 ଘଣ୍ଟା ମଧ୍ୟରେ 555 କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 12 ହଜାର 403 ଲୋକ କରୋନା ଭାଇରସକୁ ହରାଇ ସୁସ୍ଥ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 11 ହଜାର 850
ଏପର୍ଯ୍ୟନ୍ତ ମୋଟ ମାମଲା – 3 କୋଟି 44 ଲକ୍ଷ 26 ହଜାର 036

ପୂର୍ବ 24 ଘଣ୍ଟାରେ ସୁସ୍ଥ ହୋଇଥିବା ରୋଗୀ – 12 ହଜାର 403
ଏପର୍ଯ୍ୟନ୍ତ ମୋଟ ସୁସ୍ଥ ହୋଇଥିବା ରୋଗୀ -3 କୋଟି 38 ଲକ୍ଷ 26 ହଜାର 483

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 5 ଶହ 55
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 4 ଲକ୍ଷ 63 ହଜାର 245

ମୋଟ ଆକ୍ଟିଭ କେସ- ଏକ ଲକ୍ଷ 36 ହଜାର 308


ସେୟାର କରନ୍ତୁ