ମୁଖ୍ୟମନ୍ତ୍ରୀ ଢେଙ୍କାନାଳରେ ହିତାଧିକାରୀଙ୍କୁ ବାଣ୍ଟିଲେ ସ୍ମାର୍ଟ ହେଲଥ୍ କାର୍ଡ

ରାଜ୍ୟ
ସେୟାର କରନ୍ତୁ

ଢେଙ୍କାନାଳ : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଢ଼େଙ୍କାନାଳ ମୁଖ୍ୟ ଷ୍ଟାଡିୟମରେ ଆୟୋଜିତ ସାଧାରଣ ସଭାରେ ହିତାଧିକାରୀଙ୍କୁ BSKY ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନ କରିଛନ୍ତି । ଢେଙ୍କାନାଳ ଜିଲ୍ଲାର ପ୍ରାୟ 9 ଲକ୍ଷ ହିତାଧିକାରୀ ଏହାଦ୍ବାରା ସ୍ମାର୍ଟ ସ୍ବାସ୍ଥ୍ୟସେବା ପାଇବେ । ସେହିଭଳି ଢ଼େଙ୍କାନାଳ ଜିଲ୍ଲା ପାଇଁ 880 କୋଟି କୋଟି ଟଙ୍କାର ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହିତ ପର୍ଯ୍ୟଟନ ପାଇଁ ସ୍ବତନ୍ତ୍ର ଭାବେ 50 କୋଟି ଟଙ୍କା ଅନୁଦାନ ଦିଆଯାଇଛି ।

ଢେଙ୍କାନାଳରେ ମୁଖ୍ୟମନ୍ତ୍ରୀ ସହିଦ ବାଜିରାଉତ ଓ ସାରଙ୍ଗଧର ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଦେଇ କହିଥିଲେ ଯେ ଏ ମାଟି ସବୁବେଳେ ଅନ୍ୟାୟ ବିରୁଦ୍ଧରେ ସଂଗ୍ରାମ କରିଆସିଛି । ଢେଙ୍କାନାଳର ପ୍ରଜାମଣ୍ଡଳ ଆନ୍ଦୋଳନ ଓଡ଼ିଶା ଇତିହାସର ଏକ ଗୌରବମୟ ଅଧ୍ୟାୟ ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ଏହାର ସଂଗ୍ରାମୀମାନଙ୍କୁ ପ୍ରଣାମ ଜଣାଇଥିଲେ । ଢେଙ୍କାନାଳରେ ବିଭିନ୍ନ ପ୍ରକଳ୍ପ ଆରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିଳ୍ପ ସହିତ ଉଦ୍ୟାନ କୃଷିରେ ମଧ୍ୟ ଢେଙ୍କାନାଳ ସୁନାମ କରୁଛି ।

ଏହି କାର୍ଯ୍ୟକ୍ରମରେ ଢେଙ୍କାନାଳରେ ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଂଜନ ଦାଶ, ଢେଙ୍କାନାଳ ସାଂସଦ ମହେଶ ସାହୁ, ହିନ୍ଦୋଳ ବିଧାୟକ ସୀମାରାଣୀ ନାୟକ, ଢେଙ୍କାନାଳ ବିଧାୟକ ସୁଧୀର ସାମଲ ପ୍ରମୁଖ ଯୋଗଦେଇଥିଲେ ।


ସେୟାର କରନ୍ତୁ