Coronavirus: ଦେଶରେ 24 ଘଣ୍ଟାରେ ଆସିଲା 10 ହଜାର 549 ନୂଆ କରୋନା କେସ, 488 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ଜୀବନ ନେଉଥିବା କରୋନା ପୂର୍ବ 24 ଘଣ୍ଟାରେ 10 ହଜାର 549 ନୂଆ କେସ ସାମ୍ନାକୁ ଆସିଅଛି ଏବଂ 488 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 9 ହଜାର 868 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 3 କୋଟି 45 ଲକ୍ଷ 55 ହଜାର 431କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 4 ଲକ୍ଷ 67 ହଜାର 468 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 3 କୋଟି 39 ଲକ୍ଷ 77 ହଜାର 830 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 1 ଲକ୍ଷ 10 ହଜାର 133 ହୋଇଯାଇଛି,ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 25 ନଭେମ୍ବର ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 63 କୋଟି 71 ଲକ୍ଷ 06 ହଜାର 009 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 11 ଲକ୍ଷ 81 ହଜାର 246 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ