Coronavirus: ଦେଶରେ 24 ଘଣ୍ଟାରେ ସାମ୍ନାକୁ ଆସିଲା 8 ହଜାର 954 ନୂଆ କରୋନା କେସ, 267 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ କରୋନା କେସ ଲଗାତାର କମିବାରେ ଲାଗି ଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 8 ହଜାର 954 ନୂଆ କେସ ସାମ୍ନାକୁ ଆସିଅଛି । ତେବେ 24 ଘଣ୍ଟା ମଧ୍ୟରେ 267 କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 10 ହଜାର 207 ଲୋକ କରୋନା ଭାଇରସକୁ ହରାଇ ସୁସ୍ଥ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 8 ହଜାର 954
ଏପର୍ଯ୍ୟନ୍ତ ମୋଟ ମାମଲା – 3 କୋଟି 45 ଲକ୍ଷ 96 ହଜାର 776

ପୂର୍ବ 24 ଘଣ୍ଟାରେ ସୁସ୍ଥ ହୋଇଥିବା ରୋଗୀ – 10 ହଜାର 207
ଏପର୍ଯ୍ୟନ୍ତ ମୋଟ ସୁସ୍ଥ ହୋଇଥିବା ରୋଗୀ -3 କୋଟି 40 ଲକ୍ଷ 28 ହଜାର 506

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 2 ଶହ 67
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 4 ଲକ୍ଷ 69 ହଜାର 247

ମୋଟ ଆକ୍ଟିଭ କେସ- 99, 023


ସେୟାର କରନ୍ତୁ