Coronavirus: ଦେଶରେ 24 ଘଣ୍ଟାରେ ସାମ୍ନାକୁ ଆସିଲା 8 ହଜାର 306 ନୂଆ କରୋନା କେସ, ଓମିକ୍ରନରେ 21 ଲୋକ ପଜିଟିଭ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ କରୋନା କେସ ଲଗାତାର କମିବାରେ ଲାଗି ଅଛି । କିନ୍ତୁ ନୂଆ ଭେରିଏଣ୍ଟ ଓମିକ୍ରନକୁ ନେଇ ଦେଶ ଚିନ୍ତିତ ରହିଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 8 ହଜାର 306 ନୂଆ କେସ ସାମ୍ନାକୁ ଆସିଅଛି । ତେବେ 24 ଘଣ୍ଟା ମଧ୍ୟରେ 211 କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଅଛି । ଦେଶରେ ଏପର୍ଯ୍ୟନ୍ତ କରୋନା ଓମିକ୍ରନ ଭେରିଏଣ୍ଟର 21 ମାମଲା ସାମ୍ନାକୁ ଆସିଅଛି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 8 ହଜାର 306
ଏପର୍ଯ୍ୟନ୍ତ ମୋଟ ମାମଲା – 3 କୋଟି 46 ଲକ୍ଷ 61 ହଜାର 561

ପୂର୍ବ 24 ଘଣ୍ଟାରେ ସୁସ୍ଥ ହୋଇଥିବା ରୋଗୀ – 8 ହଜାର 834
ଏପର୍ଯ୍ୟନ୍ତ ମୋଟ ସୁସ୍ଥ ହୋଇଥିବା ରୋଗୀ -3 କୋଟି 40 ଲକ୍ଷ 69 ହଜାର 608

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 2 ଶହ 11
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 4 ଲକ୍ଷ 73 ହଜାର 537

ମୋଟ ଆକ୍ଟିଭ କେସ- 98 ହଜାର 416, 552 ଦିନରେ ସବୁଠାରୁ କମ

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 5 ଡିସେମ୍ବର ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 64 କୋଟି 82 ଲକ୍ଷ 59 ହଜାର 067 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 8 ଲକ୍ଷ 86 ହଜାର 263 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନ ଅଧୀନରେ ଏପର୍ଯ୍ୟନ୍ତ 127 କୋଟିରୁ ଅଧିକ ଡୋଜ୍ ଆଣ୍ଟି-କରୋନାଭାଇରସ୍ ଟିକା ଦିଆଯାଇଛି । ଗତକାଲି 24 ଲକ୍ଷ 55 ହଜାର 911 ଡୋଜ ଦିଆଯାଇଥିଲା, ଯାହା ପରେ ଦେଶରେ ଏପର୍ଯ୍ୟନ୍ତ 127 କୋଟି 93 ଲକ୍ଷ 9 ହଜାର 669 ଡୋଜ ଟିକା ଦିଆଯାଇଛି ।


ସେୟାର କରନ୍ତୁ