Coronavirus: ଦେଶରେ ଆସିଲା 8 ହଜାର 439 ନୂଆ କରୋନା କେସ, 195 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 8 ହଜାର 439 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 195 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 9 ହଜାର 525 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 3 କୋଟି 46 ଲକ୍ଷ 56 ହଜାର 822କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 4 ଲକ୍ଷ 73 ହଜାର 952 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 3 କୋଟି 40 ଲକ୍ଷ 89 ହଜାର 137 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 93 ହଜାର 733 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 7 ଡିସେମ୍ବର ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 65 କୋଟି 06 ଲକ୍ଷ 60 ହଜାର 144 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 12 ଲକ୍ଷ 13 ହଜାର 130 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ