Coronavirus: ଦେଶରେ ପୂର୍ବ 24 ଘଣ୍ଟାରେ ଆସିଲା 7 ହଜାର 992 ନୂଆ କରୋନା କେସ, ସକ୍ରିୟ ମାମଲା 559 ଦିନରେ ସବୁଠାରୁ କମ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 7 ହଜାର 992 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 393 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 9 ହଜାର 265 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 3 କୋଟି 46 ଲକ୍ଷ 82 ହଜାର 736କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 4 ଲକ୍ଷ 75 ହଜାର 128 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 3 କୋଟି 41 ଲକ୍ଷ 14 ହଜାର 331 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 93 ହଜାର 277 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି । ଏହି ସକ୍ରିୟ ମାମଲା 559 ଦିନରେ ସବୁଠାରୁ କମ ଅଟେ ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 10 ଡିସେମ୍ବର ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 65 କୋଟି 46 ଲକ୍ଷ 27 ହଜାର 300 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 12 ଲକ୍ଷ 50 ହଜାର 672 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ