Coronavirus: ଦେଶରେ 24 ଘଣ୍ଟାରେ ସାମ୍ନାକୁ ଆସିଲା 7 ହଜାର 774 ନୂଆ କରୋନା କେସ, 306 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ କରୋନା କେସ ଲଗାତାର କମିବାରେ ଲାଗି ଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 7 ହଜାର 774 ନୂଆ କେସ ସାମ୍ନାକୁ ଆସିଅଛି । ତେବେ 24 ଘଣ୍ଟା ମଧ୍ୟରେ 306 କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଅଛି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 7 ହଜାର 774
ଏପର୍ଯ୍ୟନ୍ତ ମୋଟ ମାମଲା – 3 କୋଟି 46 ଲକ୍ଷ 90 ହଜାର 510

ପୂର୍ବ 24 ଘଣ୍ଟାରେ ସୁସ୍ଥ ହୋଇଥିବା ରୋଗୀ – 8 ହଜାର 464
ଏପର୍ଯ୍ୟନ୍ତ ମୋଟ ସୁସ୍ଥ ହୋଇଥିବା ରୋଗୀ -3 କୋଟି 41 ଲକ୍ଷ 22 ହଜାର 795

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 3 ଶହ 06
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 4 ଲକ୍ଷ 75 ହଜାର 434

ମୋଟ ଆକ୍ଟିଭ କେସ- 92 ହଜାର 281

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 11 ଡିସେମ୍ବର ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 65 କୋଟି 58 ଲକ୍ଷ 16 ହଜାର 759 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 11 ଲକ୍ଷ 89 ହଜାର 459 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନ ଅଧୀନରେ ଏପର୍ଯ୍ୟନ୍ତ 132 କୋଟିରୁ ଅଧିକ ଡୋଜ୍ ଆଣ୍ଟି-କରୋନାଭାଇରସ୍ ଟିକା ଦିଆଯାଇଛି । ଗତକାଲି 89 ଲକ୍ଷ 56 ହଜାର 784 ଡୋଜ ଦିଆଯାଇଥିଲା, ଯାହା ପରେ ଦେଶରେ ଏପର୍ଯ୍ୟନ୍ତ 132 କୋଟି 93 ଲକ୍ଷ 84 ହଜାର 230 ଡୋଜ ଟିକା ଦିଆଯାଇଛି ।


ସେୟାର କରନ୍ତୁ