Coronavirus: ଦେଶରେ ଆସିଲା 7 ହଜାର 350 ନୂଆ କରୋନା କେସ, ସକ୍ରିୟ ମାମଲା 561 ଦିନରେ ସବୁଠାରୁ କମ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ କରୋନା କେସ ଲଗାତାର କମିବାରେ ଲାଗି ଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 7 ହଜାର 350 ନୂଆ କେସ ସାମ୍ନାକୁ ଆସିଅଛି । ତେବେ 24 ଘଣ୍ଟା ମଧ୍ୟରେ 202 କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଅଛି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 7 ହଜାର 350
ଏପର୍ଯ୍ୟନ୍ତ ମୋଟ ମାମଲା – 3 କୋଟି 46 ଲକ୍ଷ 97 ହଜାର 860

ପୂର୍ବ 24 ଘଣ୍ଟାରେ ସୁସ୍ଥ ହୋଇଥିବା ରୋଗୀ – 7 ହଜାର 973
ଏପର୍ଯ୍ୟନ୍ତ ମୋଟ ସୁସ୍ଥ ହୋଇଥିବା ରୋଗୀ -3 କୋଟି 41 ଲକ୍ଷ 30 ହଜାର 768

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 2 ଶହ 02
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 4 ଲକ୍ଷ 75 ହଜାର 636

ମୋଟ ଆକ୍ଟିଭ କେସ- 91 ହଜାର 456, ଏହା ପୂର୍ବ 561 ଦିନରେ ସବୁଠାରୁ କମ

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 12 ଡିସେମ୍ବର ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 65 କୋଟି 66 ଲକ୍ଷ 72 ହଜାର 451 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 8 ଲକ୍ଷ 55 ହଜାର 692 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନ ଅଧୀନରେ ଏପର୍ଯ୍ୟନ୍ତ 133 କୋଟିରୁ ଅଧିକ ଡୋଜ୍ ଆଣ୍ଟି-କରୋନାଭାଇରସ୍ ଟିକା ଦିଆଯାଇଛି । ଗତକାଲି 19 ଲକ୍ଷ 10 ହଜାର 917 ଡୋଜ ଦିଆଯାଇଥିଲା, ଯାହା ପରେ ଦେଶରେ ଏପର୍ଯ୍ୟନ୍ତ 133 କୋଟି 17 ଲକ୍ଷ 84 ହଜାର 472 ଡୋଜ ଟିକା ଦିଆଯାଇଛି ।


ସେୟାର କରନ୍ତୁ