Coronavirus: ଦେଶରେ ପୂର୍ବ 24 ଘଣ୍ଟାରେ ଆସିଲା 5 ହଜାର 784 ନୂଆ କରୋନା କେସ, ଆକ୍ଟିଭ କେସ 90 ହଜାରରୁ କମ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 5 ହଜାର 784 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 252 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 7 ହଜାର 995 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 3 କୋଟି 47 ଲକ୍ଷ 03 ହଜାର 644କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 4 ଲକ୍ଷ 75 ହଜାର 888 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 3 କୋଟି 41 ଲକ୍ଷ 38 ହଜାର 763 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 88 ହଜାର 993 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 13 ଡିସେମ୍ବର ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 65 କୋଟି 76 ଲକ୍ଷ 62 ହଜାର 933 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 9 ଲକ୍ଷ 90 ହଜାର 482 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।

ଦେଶବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 133 କୋଟିରୁ ଅଧିକ ଡୋଜ୍ ଆଣ୍ଟି-କରୋନାଭାଇରସ୍ ଟିକା ଦିଆଯାଇଛି । ଗତକାଲି 66 ଲକ୍ଷ 98 ହଜାର 601 ଡୋଜ ଦିଆଯାଇଥିଲା, ଯାହା ପରେ ଏପର୍ଯ୍ୟନ୍ତ 133 କୋଟି 88 ଲକ୍ଷ 12 ହଜାର 577 ଡୋଜ ଟିକା ଦିଆଯାଇଛି ।


ସେୟାର କରନ୍ତୁ