Coronavirus: ଦେଶରେ ଆସିଲା 7 ହଜାର 447 ନୂଆ କରୋନା କେସ, 391 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ କରୋନା କେସ ଲଗାତାର କମିବାରେ ଲାଗି ଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 7 ହଜାର 447 ନୂଆ କେସ ସାମ୍ନାକୁ ଆସିଅଛି । ତେବେ 24 ଘଣ୍ଟା ମଧ୍ୟରେ 391 କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଅଛି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 7 ହଜାର 447
ଏପର୍ଯ୍ୟନ୍ତ ମୋଟ ମାମଲା – 3 କୋଟି 47 ଲକ୍ଷ 26 ହଜାର 049

ପୂର୍ବ 24 ଘଣ୍ଟାରେ ସୁସ୍ଥ ହୋଇଥିବା ରୋଗୀ – 7 ହଜାର 886
ଏପର୍ଯ୍ୟନ୍ତ ମୋଟ ସୁସ୍ଥ ହୋଇଥିବା ରୋଗୀ -3 କୋଟି 41 ଲକ୍ଷ 62 ହଜାର 765

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 3 ଶହ 91
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 4 ଲକ୍ଷ 76 ହଜାର 869

ମୋଟ ଆକ୍ଟିଭ କେସ- 86 ହଜାର 415

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 16 ଡିସେମ୍ବର ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 66 କୋଟି 15 ଲକ୍ଷ 07 ହଜାର 694 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 12 ଲକ୍ଷ 59 ହଜାର 932 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନ ଅଧୀନରେ ଏପର୍ଯ୍ୟନ୍ତ 135 କୋଟିରୁ ଅଧିକ ଡୋଜ୍ ଆଣ୍ଟି-କରୋନାଭାଇରସ୍ ଟିକା ଦିଆଯାଇଛି । ଗତକାଲି 70 ଲକ୍ଷ 46 ହଜାର 805 ଡୋଜ ଦିଆଯାଇଥିଲା, ଯାହା ପରେ ଦେଶରେ ଏପର୍ଯ୍ୟନ୍ତ 135 କୋଟି 99 ଲକ୍ଷ 96 ହଜାର 267 ଡୋଜ ଟିକା ଦିଆଯାଇଛି ।


ସେୟାର କରନ୍ତୁ