Coronavirus: ଭାରତରେ ଆସିଲା 7 ହଜାର 145 ନୂଆ କରୋନା କେସ, 289 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଭାରତରେ କରୋନା କେସ ଲଗାତାର କମିବାରେ ଲାଗି ଅଛି । କିନ୍ତୁ କରୋନାର ନୂତନ ପ୍ରକାର ଓମିକ୍ରନ୍ ମାମଲା ବର୍ତ୍ତମାନ ଚିନ୍ତାର କାରଣ ପାଲଟିଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 7 ହଜାର 145 ନୂଆ କେସ ସାମ୍ନାକୁ ଆସିଅଛି । ତେବେ 24 ଘଣ୍ଟା ମଧ୍ୟରେ 289 କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଅଛି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 7 ହଜାର 145
ଏପର୍ଯ୍ୟନ୍ତ ମୋଟ ମାମଲା – 3 କୋଟି 47 ଲକ୍ଷ 33 ହଜାର 194

ପୂର୍ବ 24 ଘଣ୍ଟାରେ ସୁସ୍ଥ ହୋଇଥିବା ରୋଗୀ – 8 ହଜାର 706
ଏପର୍ଯ୍ୟନ୍ତ ମୋଟ ସୁସ୍ଥ ହୋଇଥିବା ରୋଗୀ -3 କୋଟି 41 ଲକ୍ଷ 71 ହଜାର 471

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 2 ଶହ 89
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 4 ଲକ୍ଷ 77 ହଜାର 158

ମୋଟ ଆକ୍ଟିଭ କେସ- 84 ହଜାର 565, (lowest in 569 days)

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 17 ଡିସେମ୍ବର ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 66 କୋଟି 28 ଲକ୍ଷ 97 ହଜାର 388 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 12 ଲକ୍ଷ 45 ହଜାର 402 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନ ଅଧୀନରେ ଏପର୍ଯ୍ୟନ୍ତ 136 କୋଟିରୁ ଅଧିକ ଡୋଜ୍ ଆଣ୍ଟି-କରୋନାଭାଇରସ୍ ଟିକା ଦିଆଯାଇଛି । ଗତକାଲି 62 ଲକ୍ଷ 6 ହଜାର 244 ଡୋଜ ଦିଆଯାଇଥିଲା, ଯାହା ପରେ ଦେଶରେ ଏପର୍ଯ୍ୟନ୍ତ 136 କୋଟି 66 ଲକ୍ଷ 05 ହଜାର 173 ଡୋଜ ଟିକା ଦିଆଯାଇଛି ।


ସେୟାର କରନ୍ତୁ