Coronavirus: ଦେଶରେ ପୂର୍ବ 24 ଘଣ୍ଟାରେ ଆସିଲା 7 ହଜାର 081 ନୂଆ କରୋନା କେସ, 264 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 7 ହଜାର ଓ 081 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 264 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 7 ହଜାର 469 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 3 କୋଟି 47 ଲକ୍ଷ 40 ହଜାର 275କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 4 ଲକ୍ଷ 77 ହଜାର 422 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 3 କୋଟି 41 ଲକ୍ଷ 78 ହଜାର 940 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 83 ହଜାର 913 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 18 ଡିସେମ୍ବର ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 66 କୋଟି 41 ଲକ୍ଷ 09 ହଜାର 365 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 12 ଲକ୍ଷ 11 ହଜାର 977 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।

ଦେଶବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 137 କୋଟିରୁ ଅଧିକ ଡୋଜ୍ ଆଣ୍ଟି-କରୋନାଭାଇରସ୍ ଟିକା ଦିଆଯାଇଛି । ଗତକାଲି 76 ଲକ୍ଷ 54 ହଜାର 466 ଡୋଜ ଦିଆଯାଇଥିଲା, ଯାହା ପରେ ଏପର୍ଯ୍ୟନ୍ତ 137 କୋଟି 46 ଲକ୍ଷ 13 ହଜାର 252 ଡୋଜ ଟିକା ଦିଆଯାଇଛି ।


ସେୟାର କରନ୍ତୁ