Coronavirus: ଦେଶରେ ପୂର୍ବ 24 ଘଣ୍ଟାରେ ଆସିଲା 5 ହଜାର 326 ନୂଆ କରୋନା କେସ, 453 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 5 ହଜାର 326 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 453 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 8 ହଜାର 043 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 3 କୋଟି 47 ଲକ୍ଷ 52 ହଜାର 164କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 4 ଲକ୍ଷ 78 ହଜାର 007 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 3 କୋଟି 41 ଲକ୍ଷ 95 ହଜାର 060 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 79 ହଜାର 097 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 20 ଡିସେମ୍ବର ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 66 କୋଟି 61 ଲକ୍ଷ 26 ହଜାର 659 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 10 ଲକ୍ଷ 14 ହଜାର 079 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ