Coronavirus: ଦେଶରେ ପୂର୍ବ 24 ଘଣ୍ଟାରେ ଆସିଲା 6 ହଜାର 317 ନୂଆ କରୋନା କେସ, 318 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 6 ହଜାର 317 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 318 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 6 ହଜାର 906 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି । କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ଅନୁଯାୟୀ, ଦେଶରେ ଓମିକ୍ରନ୍ ସଂକ୍ରମିତ ଲୋକ 213 ଅଟନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 3 କୋଟି 47 ଲକ୍ଷ 58 ହଜାର 481କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 4 ଲକ୍ଷ 78 ହଜାର 375 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 3 କୋଟି 42 ଲକ୍ଷ 01 ହଜାର 966 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 78 ହଜାର 190 ହୋଇଯାଇଛି, ଏହା 575 ଦିନରେ ସବୁଠାରୁ କମ ଅଟେ ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 21 ଡିସେମ୍ବର ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 66 କୋଟି 73 ଲକ୍ଷ 56 ହଜାର 171 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 12 ଲକ୍ଷ 29 ହଜାର 512 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।

ଦେଶବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 138 କୋଟିରୁ ଅଧିକ ଡୋଜ୍ ଆଣ୍ଟି-କରୋନାଭାଇରସ୍ ଟିକା ଦିଆଯାଇଛି । ଗତକାଲି 57 ଲକ୍ଷ 05 ହଜାର 039 ଡୋଜ ଦିଆଯାଇଥିଲା, ଯାହା ପରେ ଏପର୍ଯ୍ୟନ୍ତ 138 କୋଟି 95 ଲକ୍ଷ 90 ହଜାର 670 ଡୋଜ ଟିକା ଦିଆଯାଇଛି ।


ସେୟାର କରନ୍ତୁ