ଭୁବନେଶ୍ୱର : ରାଜ୍ୟରେ ପୂର୍ବ 24 ଘଣ୍ଟାରେ 141 କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 10 ଲକ୍ଷ 53 ହଜାର 645କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 141 ଜଣଙ୍କ ମଧ୍ୟରୁ 84 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 57 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି । ସେହିପରି ଏହା ଭିତରେ ମଧ୍ୟ 0ରୁ 18 ବର୍ଷ ବୟସର ପିଲା 24 ଘଣ୍ଟାରେ 19 ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।
ଏବେ ରାଜ୍ୟରେ ମୋଟ 1053645 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 1751ଟି ଆକ୍ଟିଭ କେସ୍ ରହିଅଛି ଏବଂ 1043391 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।