ଜାନୁୟାରୀ 3ରୁ ଖୋଲିବ ପ୍ରାଥମିକ ବିଦ୍ୟାଳୟ, ଗଣଶିକ୍ଷା ମନ୍ତ୍ରୀ ସମୀର ଦାସଙ୍କ ସୂଚନା

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ବର: ଜାନୁୟାରୀ 3 ତାରିଖ ଠାରୁ ରାଜ୍ୟରେ ପ୍ରାଥମିକ ବିଦ୍ୟାଳୟଗୁଡ଼ିକ ଖୋଲିବା ନେଇ ରାଜ୍ୟ ସରକାର ନିଷ୍ପତି ନେଇଛନ୍ତି । ରାଜ୍ୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏଁ ଥିବା ପ୍ରାୟ 27 ହଜାର ବିଦ୍ୟାଳୟକୁ ଖୋଲାଯିବ । ଯେଉଁ ବିଦ୍ୟାଳୟରେ 10ମ ଶ୍ରେଣୀ ନିମନ୍ତେ 5 ତାରିଖରୁ 8 ତାରିଖ ପର୍ଯ୍ୟନ୍ତ ସମେଟିଭ୍-1 ପରୀକ୍ଷା ହେବାର ଅଛି, ସେହି ବିଦ୍ୟାଳୟ ଗୁଡ଼ିକୁ 10 ଜାନୁୟାରୀ ଠାରୁ ଖୋଲାଯିବ।

ମଧ୍ୟାହ୍ନ ଭୋଜନ ପାଇଁ ଉଦ୍ଦିଷ୍ଟ ମଧ୍ୟାନ୍ତର ବିନା ବିଦ୍ୟାଳୟ ଗୁଡ଼ିକ ପୂର୍ବାହ୍ନ 9ଘଟିକା ଠାରୁ 12 ଘଟିକା ପର୍ଯ୍ୟନ୍ତ ଖୋଲା ରହିବ । ମଧ୍ୟାହ୍ନ ଭୋଜନ ଯୋଜନା ଅନ୍ତର୍ଗତ ଶୁଖିଲା ରାସନ ଯୋଗାଣ କାର୍ଯ୍ୟକ୍ରମ ଅନ୍ୟ ଆଦେଶ ପ୍ରାପ୍ତ ପର୍ଯ୍ୟନ୍ତ ପୂର୍ବ ପରି ଜାରି ରହିବ । ବିଦ୍ୟାଳୟ ଖୋଲିବା ପାଇଁ ସ୍ଥିରୀକୃତ SOP ବିଭାଗ ଦ୍ଵାରା ସୂଚିତ କରାଯିବ । କରୋନା କାରଣରୁ ସାରା ରାଜ୍ୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏଁ ସ୍କୁଲ ବନ୍ଦ ରହିଥିଲା । ତେବେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ଏନେଇ ପ୍ରେସ୍ ବିବୃତି ଜରିଆରେ ଘୋଷଣା କରିଛନ୍ତି ।


ସେୟାର କରନ୍ତୁ