Coronavirus: ଦେଶରେ 24 ଘଣ୍ଟାରେ ଆସିଲା 16 ହଜାର 764 ନୂଆ କରୋନା କେସ, 220 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଭାରତରେ ଓମିକ୍ରନ୍ ବେରିଏଣ୍ଟ ମାମଲା ରପ୍ତାର ସହ କରୋନା କେସ ମଧ୍ୟ ଲଗାତାର ବଢ଼ୁଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 16 ହଜାର 764 ନୂଆ କେସ ସାମ୍ନାକୁ ଆସିଅଛି । ତେବେ 24 ଘଣ୍ଟା ମଧ୍ୟରେ 220 କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଅଛି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 16 ହଜାର 764
ଏପର୍ଯ୍ୟନ୍ତ ମୋଟ ମାମଲା – 3 କୋଟି 48 ଲକ୍ଷ 38 ହଜାର 804

ପୂର୍ବ 24 ଘଣ୍ଟାରେ ସୁସ୍ଥ ହୋଇଥିବା ରୋଗୀ – 7 ହଜାର 585
ଏପର୍ଯ୍ୟନ୍ତ ମୋଟ ସୁସ୍ଥ ହୋଇଥିବା ରୋଗୀ -3 କୋଟି 42 ଲକ୍ଷ 66 ହଜାର 363

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 2 ଶହ 20
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 4 ଲକ୍ଷ 81 ହଜାର 080

ମୋଟ ଆକ୍ଟିଭ କେସ- 91 ହଜାର 361

ମୋଟ ଓମିକ୍ରନ ମାମଲା – 1 ହଜାର 270

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 30 ଡିସେମ୍ବର ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 67 କୋଟି 78 ଲକ୍ଷ 78 ହଜାର 255 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 12 ଲକ୍ଷ 50 ହଜାର 837 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନ ଅଧୀନରେ ଏପର୍ଯ୍ୟନ୍ତ 144 କୋଟିରୁ ଅଧିକ ଡୋଜ୍ ଆଣ୍ଟି-କରୋନାଭାଇରସ୍ ଟିକା ଦିଆଯାଇଛି । ଗତକାଲି 66 ଲକ୍ଷ 65 ହଜାର 290 ଡୋଜ ଦିଆଯାଇଥିଲା, ଯାହା ପରେ ଦେଶରେ ଏପର୍ଯ୍ୟନ୍ତ 144 କୋଟି 54 ଲକ୍ଷ 16 ହଜାର 714 ଡୋଜ ଟିକା ଦିଆଯାଇଛି ।


ସେୟାର କରନ୍ତୁ