ଆଜି ରାଜ୍ୟରେ ସୁସ୍ଥ ହେଲେ 11344 କରୋନା ଆକ୍ରାନ୍ତ, ମୋଟ ସୁସ୍ଥ ସଂଖ୍ୟା 1110767

Truthink
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ କରୋନା ପଜିଟିଭି ସଂଖ୍ୟା ଏବେ ବଢ଼ିବାରେ ଲାଗିଛି । ରାଜ୍ୟରେ ସୁସ୍ଥ ସଂଖ୍ୟାରେ ମଧ୍ୟ କ୍ରମଶଃ ବୃଦ୍ଧି ଘଟୁଥିବା ଦେଖିବାକୁ ମିଳୁଅଛି । ଆଜି ରାଜ୍ୟରେ 11344 କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ସୁସ୍ଥ 3166 ଜଣ ଅଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା 11 ଲକ୍ଷ 10 ହଜାର 767ରେ ପହଁଞ୍ଚିଅଛି । ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି ।


ସେୟାର କରନ୍ତୁ