Coronavirus: ଦେଶରେ ପୂର୍ବ 24 ଘଣ୍ଟାରେ ଆସିଲା 1 ଲକ୍ଷ 72 ହଜାର 433 ନୂଆ କରୋନା କେସ, 1008 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ଜୀବନ ନେଉଥିବା କରୋନା ମାମଲା ଏବେ ଦିନକୁ ଦିନ କମିବାରେ ଲାଗିଅଛି । ପୂର୍ବ 24 ଘଣ୍ଟାରେ 1 ଲକ୍ଷ 72 ହଜାର 433 ନୂଆ କେସ ସାମ୍ନାକୁ ଆସିଅଛି । ତେବେ 24 ଘଣ୍ଟାରେ 1008 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 2 ଲକ୍ଷ 59 ହଜାର 107 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 18 ଲକ୍ଷ 03 ହଜାର 318କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 4 ଲକ୍ଷ 98 ହଜାର 983 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 3 କୋଟି 97 ଲକ୍ଷ 70 ହଜାର 414 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 15 ଲକ୍ଷ 33 ହଜାର 921 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 2 ଫେବୃୟାରୀ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 73 କୋଟି 41 ଲକ୍ଷ 92 ହଜାର 614 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 15 ଲକ୍ଷ 69 ହଜାର 449 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନ ଅଧୀନରେ ଏପର୍ଯ୍ୟନ୍ତ 1,67,87,93,137 ଡୋଜ ଟିକା ଦିଆଯାଇଛି ।


ସେୟାର କରନ୍ତୁ