ତଳକୁ ଖସୁଛି କରୋନା ଗ୍ରାଫ: ରାଜ୍ୟରେ 24 ଘଣ୍ଟାରେ ଚିହ୍ନଟ ହେଲେ 1148 ନୂଆ କରୋନା ପଜିଟିଭ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ ଗତ କିଛି ଦିନ ହେବ କରୋନା ଗ୍ରାଫ ତଳକୁ ଖସୁଥିବା ଦେଖିବାକୁ ମିଳୁଅଛି । ରାଜ୍ୟରେ ପୂର୍ବ 24 ଘଣ୍ଟାରେ 1148 କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 12 ଲକ୍ଷ 77 ହଜାର 262କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 1148 ଜଣଙ୍କ ମଧ୍ୟରୁ 669 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 479 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି । ସେହିପରି ଏହା ଭିତରେ ମଧ୍ୟ 24 ଘଣ୍ଟାରେ 0ରୁ 18 ବର୍ଷ ବୟସର ଶିଶୁ ଏବଂ କିଶୋର 244 ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏବେ ରାଜ୍ୟରେ ମୋଟ 1277262 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 12330ଟି ଆକ୍ଟିଭ କେସ୍ ରହିଅଛି ଏବଂ 1255995 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ