Coronavirus: ଦେଶରେ ପୂର୍ବ 24 ଘଣ୍ଟାରେ ଆସିଲା 13 ହଜାର 166 ନୂଆ କରୋନା କେସ, 302 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟା ମଧ୍ୟରେ କରୋନା ଭାଇରସର 13 ହଜାର 166 ନୂଆ କେସ ସାମ୍ନାକୁ ଆସିଅଛି । ଏହି ସମୟରେ 302 ଜଣଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 26 ହଜାର 988 ସୁସ୍ଥ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 13 ହଜାର 166
ଏପର୍ଯ୍ୟନ୍ତ ମୋଟ ମାମଲା – 4 କୋଟି 28 ଲକ୍ଷ 94 ହଜାର 345

ପୂର୍ବ 24 ଘଣ୍ଟାରେ ସୁସ୍ଥ ହୋଇଥିବା ରୋଗୀ – 26 ହଜାର 988
ଏପର୍ଯ୍ୟନ୍ତ ମୋଟ ସୁସ୍ଥ ହୋଇଥିବା ରୋଗୀ -4 କୋଟି 22 ଲକ୍ଷ 46 ହଜାର 884

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 3 ଶହ 02
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 5 ଲକ୍ଷ 13 ହଜାର 226

ମୋଟ ଆକ୍ଟିଭ କେସ- 1 ଲକ୍ଷ 34 ହଜାର 235

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 24 ଫେବୃୟାରୀ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 76 କୋଟି 45 ଲକ୍ଷ 99 ହଜାର 181 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 10 ଲକ୍ଷ 30 ହଜାର 016 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନ ଅଧୀନରେ ଏପର୍ଯ୍ୟନ୍ତ ମୋଟ 176 କୋଟି 86 ଲକ୍ଷ 89 ହଜାର 266 ଡୋଜ ଟିକା ଦିଆଯାଇଛି । ଗତ କଲି 32,04,426 ଡୋଜ ଟୀକା ଲଗାଯାଇଛି ।


ସେୟାର କରନ୍ତୁ