Coronavirus: ଦେଶରେ 24 ଘଣ୍ଟାରେ ଆସିଲା 6 ହଜାର 396 ନୂଆ କରୋନା କେସ, 201 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ 6 ହଜାର 396 କରୋନା ନୂଆ କେସ ସାମ୍ନାକୁ ଆସିଅଛି । ପୂର୍ବ 24 ଘାଣ୍ଟରେ 201 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 13 ହଜାର 450 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 29 ଲକ୍ଷ 51 ହଜାର 556କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 14 ହଜାର 589 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 23 ଲକ୍ଷ 67 ହଜାର 070 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 69 ହଜାର 897 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 178 କୋଟି 29 ଲକ୍ଷ 13 ହଜାର 60 ଡୋଜ ଟିକା ଦିଆଯାଇଛି । ଗତକାଲି 84 ହଜାର 412 ଡୋଜ ଟୀକା ଦିଆଯାଇଛି ।


ସେୟାର କରନ୍ତୁ