Coronavirus: ଦେଶରେ 24 ଘଣ୍ଟାରେ ଆସିଲା 5 ହଜାର 476 ନୂଆ କରୋନା କେସ, 158 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ 5 ହଜାର 476 ନୂଆ କରୋନା କେସ ସାମ୍ନାକୁ ଆସିଅଛି । ପୂର୍ବ 24 ଘାଣ୍ଟରେ 158 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 9 ହଜାର 754 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 29 ଲକ୍ଷ 62 ହଜାର 953କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 15 ହଜାର 036 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 23 ଲକ୍ଷ 88 ହଜାର 475 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 59 ହଜାର 442 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 178 କୋଟି 83 ଲକ୍ଷ 79 ହଜାର 249 ଡୋଜ ଟିକା ଦିଆଯାଇଛି । ଗତକାଲି 26 ଲକ୍ଷ 19 ହଜାର 778 ଡୋଜ ଟୀକା ଦିଆଯାଇଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 5 ମାର୍ଚ୍ଚ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 77 କୋଟି 28 ଲକ୍ଷ 24 ହଜାର 246 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 9 ଲକ୍ଷ 9 ହଜାର 985 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ