Coronavirus: ଦେଶରେ 24 ଘଣ୍ଟାରେ ଆସିଲା 3 ହଜାର 993 କରୋନା କେସ, 108 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ 3 ହଜାର 993 ନୂଆ କରୋନା କେସ ସାମ୍ନାକୁ ଆସିଅଛି । ପୂର୍ବ 24 ଘାଣ୍ଟରେ 108 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 8 ହଜାର 55 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 29 ଲକ୍ଷ 71 ହଜାର 308କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 15 ହଜାର 210 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 24 ଲକ୍ଷ 6 ହଜାର 150 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 49 ହଜାର 948 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 179 କୋଟି 13 ଲକ୍ଷ 41 ହଜାର 295 ଡୋଜ ଟିକା ଦିଆଯାଇଛି । ଗତକାଲି 21 ଲକ୍ଷ 34 ହଜାର 463 ଡୋଜ ଟୀକା ଦିଆଯାଇଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 7 ମାର୍ଚ୍ଚ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 77 କୋଟି 43 ଲକ୍ଷ 10 ହଜାର 567 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 8 ଲକ୍ଷ 73 ହଜାର 395 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ