Coronavirus: ଦେଶରେ 24 ଘଣ୍ଟାରେ ଆସିଲା 4 ହଜାର 194 କରୋନା କେସ, 255 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ 4 ହଜାର 194 ନୂଆ କରୋନା କେସ ସାମ୍ନାକୁ ଆସିଅଛି । ପୂର୍ବ 24 ଘାଣ୍ଟରେ 255 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 6 ହଜାର 208 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 29 ଲକ୍ଷ 84 ହଜାର 261କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 15 ହଜାର 714 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 24 ଲକ୍ଷ 26 ହଜାର 328 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 42 ହଜାର 219 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 179 କୋଟି 72 ଲକ୍ଷ 00 ହଜାର 515 ଡୋଜ ଟିକା ଦିଆଯାଇଛି । ଗତକାଲି 16 ଲକ୍ଷ 73 ହଜାର 515 ଡୋଜ ଟୀକା ଦିଆଯାଇଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 10 ମାର୍ଚ୍ଚ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 77 କୋଟି 68 ଲକ୍ଷ 94 ହଜାର 810 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 8 ଲକ୍ଷ 12 ହଜାର 365 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ