Coronavirus: ଦେଶରେ 24 ଘଣ୍ଟାରେ ଆସିଲା 2 ହଜାର 568 କରୋନା କେସ, 97 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ 2 ହଜାର 568 ନୂଆ କରୋନା କେସ ସାମ୍ନାକୁ ଆସିଅଛି ଏବଂ 97 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 4 ହଜାର 722 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 29 ଲକ୍ଷ 96 ହଜାର 62କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 15 ହଜାର 974 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 24 ଲକ୍ଷ 46 ହଜାର 171 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 33 ହଜାର 917 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 180 କୋଟି 40 ଲକ୍ଷ 28 ହଜାର 891 ଡୋଜ ଟିକା ଦିଆଯାଇଛି । ଗତକାଲି 19 ଲକ୍ଷ 64 ହଜାର 423 ଡୋଜ ଟୀକା ଦିଆଯାଇଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 14 ମାର୍ଚ୍ଚ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 77 କୋଟି 97 ଲକ୍ଷ 54 ହଜାର 156 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 7 ଲକ୍ଷ 01 ହଜାର 773 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ